ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର (ରାଜ୍ୟକାହାଣୀ )ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ ନେଇ କୌଣସି ସୂଚନା ମିଳିନାହିଁ।ସୂଚନାଥାଉକି, ପୂର୍ବରୁ ଲଘୁଚାପ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ ସୂଚନା ଦେଇ କହିଥିଲେ ଯେ, ୧୦ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଶଙ୍କା ରହିଛି । ଉପକୂଳ ଓ ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ କୁଆପଥର ବର୍ଷା ସମ୍ଭାବନା ରହିଛି । ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଶୀତର ପ୍ରଭାବ ରହିବ ।

You might also like