ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ରାଜ୍ୟ କାହାଣୀ)ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ଅବପାତ। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୦ କିମି ବେଗରେ ବଢ଼ୁଛି ଅବପାତ । ତେବେ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଭଦ୍ରକ, ନୟାଗଡ଼, କଟକ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୩ ତାରିଖରେ ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଢେଙ୍କାନାଳ ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରି ସତର୍କ କରାଯାଇଛି ।

You might also like