ଆଜି ଶ୍ରୀମନ୍ଦିର ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଜି ମାର୍ଗଶିର କୃଷ୍ଣ ନବମୀ ତିଥି ପଡୁଛି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସାଧାରଣ ଲୋକଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।

You might also like