ଆସନ୍ତା ୧୭ରେ ଓଟିଇଟି ପରୀକ୍ଷା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯିବ। ୩୦ଟି ଜିଲ୍ଲା ପାଇଁ ୩୯ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ।ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି।

You might also like