ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,ଆଜି ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ରାଜ୍ୟ କାହାଣୀ (ଭୁବନେଶ୍ୱର )ରାଜ୍ୟରେ ଧୀରେ ଧୀରେ ଦୁର୍ବଳ ହେଉଛି ଅବପାତ। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଏହି ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଦୁର୍ବଳ ହେଉଛି । ଆସନ୍ତା ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଅବପାତ ଦୁର୍ବଳ ରହିବା ସତ୍ତ୍ଵେ କିଛି ସ୍ଥାନରେ ବର୍ଷା ଜାରି ରହିବ।ଆଜି ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୩ ତାରିଖ ଯାଏ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି। ୨୦ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୧ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବାଲେଶ୍ୱରରେ ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

You might also like