ଗତକାଲି ପତ୍ନୀ ଅର୍ଚ୍ଚନା ଦାଶଙ୍କ ଅଭିଯୋଗ ପରେ ଭୁବନେଶ୍ବର ମହିଳା ଥାନାରେ ହାଜର ହେଲେ OAS ବାବୁ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଘର କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲା ପରେ ଶେଷରେ ଥାନାରେ ହାଜର ହୋଇଛନ୍ତି ଓଏଏସ୍ ବାବୁ ସାର୍ଥକ ସୌରଭ ମହାପାତ୍ର । ଦୁଇ ଦିନ ତଳେ ଓଏଏସ୍ ବାବୁଙ୍କ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ । ଏନେଇ ମହିଳା ଥାନା ମାମଲା ରୁଜୁ କରି ନୋଟିସ୍ ପଠାଇବା ପରେ ଆଜି ଥାନାରେ ହୋଇଛନ୍ତି ଓଏଏସ୍ ବାବୁ ।ଅଭିଯୋଗ ଘଟଣାରେ ତାଙ୍କୁ ପଚରାଉଚରା ଚାଲିଛି । ତାଙ୍କ ନାଁରେ ପତ୍ନୀ ଆଣିଛନ୍ତି ସାଂଘାତିକ ଅଭିଯୋଗ । ସ୍ତ୍ରୀ ଓ ନବଜାତ ଶିଶୁ ପ୍ରତି ନିଷ୍ଠୁରତା, ଦାୟିତ୍ୱହୀନତା, ଇଛାକୃତ ଭାବରେ ପରିତ୍ୟାଗ କରିବା ଓ ମାନସିକ ନିର୍ଯାତନା ଦେବା ଅଭିଯୋଗ କରିଛନ୍ତି । ଅଭିଯୋଗକାରିଣୀ ଅର୍ଚ୍ଚନା ଦାସ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବରେ କାର୍ଯ୍ୟରତ ଅଛନ୍ତି । ଶାଶୁ ଓ ନଣନ୍ଦଙ୍କ ନାଁରେ ମଧ୍ୟ ନିର୍ଯାତନା ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା । ଗୋଟି ଗୋଟି କରି ସ୍ବାମୀଙ୍କ ବାବଦରେ ପୁଲିସକୁ ତଥ୍ୟ ଦେଇଛନ୍ତି ଅର୍ଚ୍ଚନା । ସୁଖ ଶାନ୍ତିର ପରିବାର କାହିଁକି ଛାରଖାର ହୋଇଗଲା, ସ୍ବାମୀ-ସ୍ତ୍ରୀ କାହିଁକି ଅଲଗା ହୋଇଗଲେ ଆଉ ଅର୍ଚ୍ଚନା ଦେଇଥିବା ଅଭିଯୋଗର ତଥ୍ୟ ପ୍ରମାଣ କ’ଣ ରହିଛି, ସେନେଇ ପଚାରି ବୁଝିଛି ପୁଲିସ । ତେବେ ତଥ୍ୟ ପ୍ରମାଣ ଏକାଠି କରିବା ସହ ଓଏଏସ୍ ଅଫିସରଙ୍କୁ ଥାନାକୁ ଡାକିବାର ପ୍ରକ୍ରିୟା ଆରମ୍ଭ କରାଯାଇଛି ।

You might also like