ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

You might also like