ଚିଟ୍‌ ଫଣ୍ଡ ମାମଲାରେ ଗ୍ରୀନ୍‌ ଇଣ୍ଡିଆ କମ୍ପାନି ମାଲିକଙ୍କ ଘରେ ତନାଘନା ଇଡି

ରାଜ୍ୟକାହାଣୀ ( ଭୁବନେଶ୍ୱର )ବ୍ରହ୍ମପୁରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ। ଚିଟ୍‌ଫଣ୍ଡ କମ୍ପାନି ଗ୍ରୀନ୍‌ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ତନାଘନା ଚଳାଇଛି। ଲୋକଙ୍କଠୁ ପାଖାପାଖି ୫୦୦ କୋଟି ଠକେଇ ଅଭିଯୋଗ ହୋଇଥିଲା।ପୂର୍ବରୁ ୨୦୧୩ ମସିହାରେ ଚିଟଫଣ୍ଡ ଦୁର୍ନୀତି ମାମଲାରେ ପ୍ରଦୀପ ସିଂଙ୍କ ଘରେ ଚଢାଉ କରିଥିଲା କ୍ରାଇମବ୍ରାଞ୍ଚ। ପରେ ପ୍ରଦୀପ ସିଂ ଓ ଅନ୍ୟ ଅଧିକାରୀଙ୍କୁ ଗିରଫ କରାଯାଇଥିଲା। ପରେ ସମସ୍ତ ମାମଲାର ତଦନ୍ତ ସିବିଆଇ କରିଥିଲା।

You might also like