ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି

ରାଜ୍ୟକାହାଣୀ ( ଭୁବନେଶ୍ୱର )ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ।ଆସନ୍ତାକାଲି ନାମାଙ୍କନ ଭରିବେ ଜୟ ଢୋଲକିଆ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିବେ ଜୟ ।ସେପଟେ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଟିକେଟ୍‌ ଆଶାୟୀ ମନୋଜ ମିଶ୍ର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି।

You might also like