ଡାକ୍ତରଙ୍କ ଆନ୍ଦୋଳନ ଜାରି, ୨ ଘଣ୍ଟା ପାଇଁ ବନ୍ଦ ରହିବ ଓପିଡି

ରାଜ୍ୟ କାହାଣୀ (ଭୁବନେଶ୍ଵର)ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍‌ମା) ଲାଗୁ କରାଯାଇଛି।ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିବ । ପୂର୍ବ ଭଳି ଦୁଇ ଘଣ୍ଟା ଓପିଡି ବନ୍ଦ କରିବେ ଡାକ୍ତର । ସରକାରଙ୍କ ଏସମାଙ୍କୁ ବେଖାତିର । ଓଡ଼ିଶା ସରକାର ଏସମା ଲଗାଇବା ପରେ ଡାକ୍ତର ସଂଘ ତୁରନ୍ତ ଅନଲାଇନ ଜରୁରୀ ବୈଠକ ଡାକି ଥିଲା । ଆନ୍ଦୋଳନ ଜାରି ରହିବ ବୋଲି ଏହି ବୈଠକରେ ନିଷ୍ପତ୍ତି ହୋଇଛି । ଡାକ୍ତରଙ୍କ ଦାବି ସହ କୌଣସି ସାଲିସ ହେବ ନାହିଁ । ଡାକ୍ତରଙ୍କ ଦାବି ଯଥାର୍ଥ । ବୈଠକରେ ନିଷ୍ପତ୍ତି ହୋଇଛି, ପୂର୍ବବତ ସକାଳ ୯ଟା ରୁ ୧୧ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ଓପିଡି ବନ୍ଦ ରହିବ । ସେହିପରି NHM କାର୍ଯ୍ୟକ୍ରମକୁ ସଂପୂର୍ଣ୍ଣ ବୟକଟ କରାଯିବ । ଏମର୍ଜେନ୍ସି ସେବା ଜାରି ରହିବ । ଆନ୍ଦୋଳନ ବନ୍ଦ କରିବାକୁ ଗତକାଲି ଏସମା ଲଗାଇଥିଲେ ରାଜ୍ୟ ସରକାର ।

You might also like