ଦିଲ୍ଲୀ ବିସ୍ଫୋରଣ ପରେ ରାଜ୍ୟର ସୁରକ୍ଷା ବ୍ୟବସ୍ଥା କଡାକଡି

ରାଜ୍ୟକାହାଣୀ ( ଭୁବନେଶ୍ୱର )ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ସହ ଯେ କୌଣସି ଅପ୍ରୀତିକର ପରିସ୍ଥିତିକୁ ମୁକାବିଲା କରିବାକୁ ସର୍ବଦା ପ୍ରସ୍ତୁତ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଡିଜିପି ଶ୍ରୀ ଖୁରାନିଆ ସୋମବାର ରାତିରେ କଟକ ବାଲିଯାତ୍ରା ଆୟୋଜନ ସ୍ଥଳକୁ ଗସ୍ତ କରି ସେଠାରେ ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ବିସ୍ତୃତ ଭାବେ ଅନୁଧ୍ୟାନ କରିଥିଲେ। ସେଠାରେ ଲକ୍ଷାଧିକ ଲୋକଙ୍କ ଜନ ଗହଳି ହେଉଛି। ଜନ ସାଧାରଣଙ୍କ ସୁରକ୍ଷା ବ୍ୟବସ୍ଥାରେ ଯେ ଭଳି କୌଣସି ତ୍ରୁଟି ବିଚ୍ୟୁତି ନ ହେବ ସେ ସଂକ୍ରାନ୍ତରେ ନିୟୋଜିତ ଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏହା ସହ ଜନ ସାଧାରଣଙ୍କ ସୁରକ୍ଷା ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର ଅଞ୍ଚଳରେ ଆଲର୍ଟ ଜାରି ହୋଇଛି।

ବସ ଷ୍ଟାଣ୍ଡ, ରେଲୱେ ଷ୍ଟେସନ, ସମୁଦ୍ର କୂଳ ସବୁ ହାଇଆଲର୍ଟରେ ଅଛି। ସବୁ ଭାଇଟାଲ ଇନଷ୍ଟାଲେସନରେ ଜାରି ହୋଇଛି ଆଲର୍ଟ। ପୁରୀର ଶ୍ରୀମନ୍ଦିର, ବଡ଼ଦାଣ୍ଡ ଓ ସମୁଦ୍ରକୂଳରେ ସୁରକ୍ଷା କଡ଼ାକଡ଼ି କରାଯାଇଛି।

You might also like