ନଭେମ୍ବର ୫ରୁ କଟକ ବାଲିଯାତ୍ରା

ନଭେମ୍ବର ୫ରୁ କଟକ ବାଲିଯାତ୍ରା। ଏନେଇ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ୫ରୁ ୧୨ ପର୍ଯ୍ୟନ୍ତ ବାଲିଯାତ୍ରା ଚାଲିବ। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ ପଡିବ।ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡିଆରେ ହବନି । ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲିଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମଜା ନେବେ ଲୋକେ । ଏଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା ।

You might also like