ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା : ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୪ ଓକିଲ

ରାଜ୍ୟକାହାଣୀ ( ଭୁବନେଶ୍ୱର )ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ। ଏନେଇ ସେମାନେ ଆଜି କୋର୍ଟରେ ୱକାଲାତନାମା ଦାଖଲ କରିଛନ୍ତି। ବିକ୍ରମଙ୍କ ସହ କର୍ପୋରେଟର ମଳୟ ବିଷୋୟୀ ଏବଂ ବିଜେଡି ନେତା ମଦନ ଦଳେଇଙ୍କ ପାଇଁ ମଧ୍ୟ ଏହି ଓକିଲମାନେ ଲଢ଼ିବେ।

You might also like