ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ

ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ। ମହୋଦଧି ସହ ଯୋଡ଼ି ହେବ ମରୁଭୂମି।ଏଭଳି ଏକ ଐତିହାସିକ ପଦକ୍ଷେପ ନେଇଛି ଭାରତୀୟ ରେଳବାଇ । ଓଡିଶା ଓ ରାଜସ୍ଥାନ ମଧ୍ୟରେ ସାଂସ୍କୃତିକ ଓ ଅର୍ଥନୈତିକ ଅବିବୃଦ୍ଧି ପାଇଁ ପୁରୀ ଲାଲଗଡ ପୁରୀ ଏକ୍ସପ୍ରେସ ରାଜସ୍ଥାନର ଶ୍ରୀ ଗଙ୍ଗାନଗର ପର୍ଯ୍ୟନ୍ତ ସମ୍ପ୍ରସାରଣ ହୋଇଛି। ଗତକାଲି ସମ୍ପ୍ରସାରିତ ଟ୍ରେନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ।ଏହି ସାପ୍ତାହିକ ଟ୍ରେନଟି ପ୍ରତି ବୁଧବାର ସକାଳ ୬.୩୫ ରେ ପୁରୀ ରେଳଷ୍ଟେସନ ଛାଡି ତା ପର ଦିନ ରାତି ୦୮.୩୫ ରେ ରାଜସ୍ଥାନର ଶ୍ରୀ ଗଙ୍ଗାନଗର ଷ୍ଟେସନରେ ପହଞ୍ଚିବ। ପୁରୀ ଏବଂ ଶ୍ରୀ ଗଙ୍ଗାନଗର ଷ୍ଟେସନ ମଧ୍ୟରେ ଏହି ଟ୍ରେନ୍ ମାତ୍ର ୯ଟି ଷ୍ଟପେଜ୍‌ରେ ରହିବ। ଦେଶ ଗଠନ ସହ ରେଳ ସଂଯୋଗୀକରଣ କ୍ଷେତ୍ରରେ ଏହି ଟ୍ରେନ୍ ଏକ ପ୍ରମୁଖ ଭୂମିକା ନିର୍ବାହ କରିବ । ପୂର୍ବାଞ୍ଚଳ ଏବଂ ଉତ୍ତରପଶ୍ଚିମାଞ୍ଚଳ ମଧ୍ୟରେ ରେଳ ସଂଯୋଗୀକରଣ କ୍ଷେତ୍ରରେ ଏହି ଟ୍ରେନ୍ ଏକ ମାଇଲଖୁଣ୍ଟ ପାଲଟିବା ସହ ଯାତ୍ରୀଙ୍କୁ ସୁଖଦ ଅନୁଭୂତି ଦେଇପାରିବେ।

You might also like