ରାଜ୍ୟରେ ଆହୁରି ବଢିବ ଶୀତ, ୩ରୁ ୪ ଡିଗ୍ରୀ ଖସିବ ପାରଦ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ଶୀତର ଲହରୀ । ୧୫ଡିଗ୍ରୀ ତଳେ ରହିଛି ୯ ସହରର ପାରଦ । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା ହ୍ରାସ ପାଇବା ସହ ଥଣ୍ଡା ବଢୁଛି । ଦାରିଙ୍ଗବାଡିଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡା ୧୧.୭ ଡିଗ୍ରୀ, ଫୁଲବାଣୀ ୧୨ଡିଗ୍ରୀ, ରାଉରକେଲା ୧୩.୨ଡିଗ୍ରୀ, ଭଦ୍ରକ ୧୪ଡିଗ୍ରୀ ଏବଂ କୋରାପୁଟ, କେନ୍ଦୁଝରଗଡ଼ ଓ ଅନୁଗୋଳରେ ୧୪.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୨ରୁ ୩ଦିନରେ ପାରଦ ଆହୁରି ଖସିବା ସହ ଥଣ୍ଡା ବଢିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

You might also like