ରାଜ୍ୟରେ ଖୋଲିବ ମଡେଲ ମଣ୍ଡି: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ

ରାଜ୍ୟ କାହାଣୀ (ଭୁବନେଶ୍ୱର )ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି । ଆବଶ୍ୟକତା ଦେଖି ବଡ ଜିଲ୍ଲାରେ ୨ଟି ମଣ୍ଡି ହେବ । ମଡେଲ ମଣ୍ଡିରେ ରହିବ ବିଶ୍ରାମଗାର ଓ ଟିଫିନ ସେଣ୍ଟର । ପାନୀୟ ଜଳ, ଶୌଚାଳୟ ଓ ପାର୍କିଂ ସୁବିଧା ବି ରହିବ । ମଡେଲ ମଣ୍ଡିର ରୂପ ରେଖ କେମିତି ରହିବ ସେନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରେଜେଣ୍ଟେସନ ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ।

You might also like