୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଟାଟା ପାୱାର ଜେଇ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ମାଲକାନଗିରି ଟିପିଏସଓଡିଏଲ ଜେଇ ପ୍ରଦେଶ ପ୍ରସାଦ ନାୟକ । ଜେଇଙ୍କ ସହଯୋଗୀ ଭଞ୍ଜକିଶୋର ସ୍ବାଇଁଙ୍କୁ ଅଟକ ରଖିଛି ଭିଜିଲାନ୍ସ । ଏକ ଇଟା ଫ୍ୟାକ୍ଟ୍ରିକୁ ବିଦ୍ୟୁତ ସଂଯୋଗ ଦେବା ପାଇଁ ନେଉଥିଲେ ଲାଞ୍ଚ ।ଜୁନିଅର ଇଞ୍ଜିନିୟରଙ୍କ ସହ ଜଡିତ ଦୁଇଟି ସ୍ଥାନରେ ଏକକାଳୀନ ରେଡ୍‌ ଚାଲିଛି। ତେବେ କୋରାପୁଟ ଭିଜିଲାନ୍ସ ତାଙ୍କ ବିରୋଧରେ ପିଏସ ମାମଲା ନଂ ୦୧/୨୦୨୬, ୭ପିସି (ସଂଶୋଧନ) ଆଇନ, ୨୦୧୮ ଅନୁଯାୟୀ ରୁଜୁ କରି ତଦନ୍ତ ଜାରି ରଖିଛି।

You might also like