ଅକ୍ଟୋବର ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସାଂସଦ ନବ ଚରଣ ମାଝୀ ସୂଚନା ଦେଇଛନ୍ତି । । ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ୨୮ ତାରିଖରେ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି । ମେଗା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ହେବେ ସାମିଲ । ଅକ୍ଟୋବର ୨୬ରୁ ୩୦ ଯାଏଁ ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେବ । ଦିଲ୍ଲୀର ୧୦୦ରୁ ଅଧିକ ଚକ୍ଷୁ ବିଶେଷଜ୍ଞ ଲୋକଙ୍କ ଚିକିତ୍ସା କରିବେ ।ତଥାପି, ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କ ସମ୍ଭାବ୍ୟ ଗସ୍ତ କାର୍ଯ୍ୟକ୍ରମକୁ ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ ନିଶ୍ଚିତ କରାଯାଇନାହିଁ।

You might also like