ଅଗଷ୍ଟ ୯ରୁ ୧୭ ଯାଏଁ ରାଜ୍ୟବ୍ୟାପୀ ପାଳିତ ହେବ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ !ପ୍ରତି ଜିଲ୍ଲାକୁ ୧୦ ଲକ୍ଷ ଟଙ୍କା

ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଅଗଷ୍ଟ ୯ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତରରେ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ବହୁ ଆଡ଼ମ୍ବର ସହକାରେ ପାଳନ କରାଯିବ ।ଏହି ଅଭିଯାନର ସଫଳ ରୂପାୟନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତି ଜିଲ୍ଲାକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସମସ୍ତ ଜିଲ୍ଲାରେ ଜାତୀୟ ପତାକାର ଉପଲବ୍ଧତାକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି। ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଅଧୀନରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରାୟ ୬୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କରାଯିବ। ପ୍ରତ୍ୟେକ ଘରେ ଜାତୀୟ ପତାକା ଉତ୍ତୋଳନ କରିବା ନେଇ ଲୋକଙ୍କୁ ଉତ୍ସାହିତ କରିବା ପାଇଁ ସମସ୍ତ ଜିଲ୍ଲାରେ ଏହି ପତାକା ବଣ୍ଟନ କରାଯିବ।ଅଗଷ୍ଟ ୧୫ ତାରିଖରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବ। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଦେଶାତ୍ମବୋଧକ ସଙ୍ଗୀତ କାର୍ଯ୍ୟକ୍ରମ “ଭାରତୀୟମ୍”ର ଆୟୋଜନ କରାଯିବ। ଏଥିସହ ‘ବନ୍ଦେ ମାତରମ୍’ର ୧୫୦ତମ ବର୍ଷ ପୂର୍ତ୍ତି ଅବସରରେ କନସର୍ଟର ଆୟୋଜନ କରାଯିବ। ବାଲୁକା କଳା, ବିଶାଳ ରଙ୍ଗୋଲି ପ୍ରଦର୍ଶନୀ ସହ ‘Selfie with Tiranga’ ବୁଥ୍ ସ୍ଥାପନ କରାଯିବ।

You might also like