ଆଜି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ମହାପ୍ରଭୁଙ୍କ ଏହି ଗୁପ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

You might also like