ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ

ରାଜ୍ୟରେ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ ।ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ରେଗୁଲାର ମୋଡ୍‌ରେ ପାଠପଢ଼ା ସୁବିଧା ଥିବାବେଳେ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଏବଂ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ସେଲ୍ଫ ଫାଇନାନ୍ସ ମୋଡ୍‌ରେ ପାଠପଢ଼ିବାକୁ ନାମଲେଖା ହେବ। ଏଥିପାଇଁ କୌଣସି ପ୍ରବେଶିକା ପରୀକ୍ଷା ଦେବାକୁ ପଡିବ ନାହିଁ। କେବଳ ମାର୍କ ଓ ସଂରକ୍ଷଣ ମାଧ୍ୟରେ ପାଠପଢ଼ି ପାରିବେ।ପ୍ରଥମ ରାଉଣ୍ଡ ନାମଲେଖା ପାଇଁ ୨୨ରେ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୮ ତାରିଖରେ ତୃତୀୟ ରାଉଣ୍ଡ (ୱେଟିଂ ଲିଷ୍ଟ) ନାମଲେଖା ପାଇଁ ମେଧା ଅନୁଯାୟୀ ୱେଟିଂ ରାଙ୍କ ତାଲିକା ପ୍ରକାଶ ପାଇବ ।

୯ ତାରିଖରେ ନାମଲେଖା ପାଇଁ ଯୋଗ୍ୟ ଆବେଦନକାରୀଙ୍କ ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଆବେଦନକାରୀ ସେପ୍ଟେମ୍ବର ୧୦ରୁ ୧୧ ତାରିଖ ମଧ୍ୟରେ ନାମ ଲେଖାଇବେ। ସେପ୍ଟେମ୍ବର ୮ ତାରିଖରୁ ପାଠପଢ଼ା ଆରମ୍ଭ ହେବ ।ସୋମବାର ପୂର୍ବାହ୍ନ ୧୧ଟାରୁ ଛାତ୍ରୀଛାତ୍ର ସାମ୍‌ସ ପୋଟାର୍ଲରେ କମନ ଆପ୍ଲିକେଶନ ଫର୍ମ ମାଧ୍ୟମରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ଅଗଷ୍ଟ ୧୭ ରହିଥିବା ବେଳେ ୧୮ ତାରିଖରେ ଫର୍ମର ସଂଶୋଧନ କରିପାରିବେ। ଆବେଦନ ସମୟରେ ତ୍ରୁଟି ଥିଲେ ୧୮ ତାରିଖରେ ସଂଶୋଧନ ପାଇଁ ସୁଯୋଗ ଦିଆଯିବ ।

You might also like