ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର (ରାଜ୍ୟ କାହାଣୀ ) ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଗତି କରିବ ବୋଲି ଆକଳନ କରାଯାଉଛି। ଏହା ପ୍ରଭାବରେ ଆସନ୍ତା ୬ଦିନ ଅର୍ଥାତ୍ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।। ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ସେହିପରି ବାକି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।