ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ ତୃତୀୟରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ
ଭୁବନେଶ୍ୱର ( ରାଜ୍ୟ କାହାଣୀ )ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ ଚାରୋଟି ପରୀକ୍ଷା ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏପ୍ରିଲରୁ ସେପ୍ଟେମ୍ବର ମାସ ମଧ୍ୟରେ ଦୁଇଟି ଓ ଅକ୍ଟୋବରରୁ ମାର୍ଚ୍ଚ ମାସ ମଧ୍ୟରେ ଆଉ ଦୁଇଟି ପରୀକ୍ଷା ହେବ ।ଗୋଟିଏ ଶିକ୍ଷାବର୍ଷରେ ବିଦ୍ୟାର୍ଥୀଙ୍କୁ ଦୁଇଟି ଲେଖାଏଁ ଫର୍ମେଟିଭ୍ ଆସେସ୍ମେଣ୍ଟ ଓ ସମେଟିଭ୍ ଆସେସ୍ମେଣ୍ଟ ମାଧ୍ୟମରେ ମୂଲ୍ୟାୟନ କରାଯିବ। ଯେଉଁଥିରେ ସେମାନଙ୍କର ୧୨୦୦ ମାର୍କର ମୂଲ୍ୟାୟନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ବିସ୍ତୃତ ମାର୍ଗଦର୍ଶିକା ଜାରି ହୋଇଛି। ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।