ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା

ରାଜ୍ୟ କାହାଣୀ (ଭୁବନେଶ୍ଵର)ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା । ଖୁବଶୀଘ୍ର ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI ଓଡ଼ିଶା । SITI ହେଉଛି ଷ୍ଟେଟ ଇନଷ୍ଟିଚ୍ୟୁଟ ଫର୍ ଟ୍ରାନ୍ସଫରମେଟିଭ୍ ଇନିସିଏଟିଭ୍ ।କେନ୍ଦ୍ର ସରକାରଙ୍କ ନିତି ଆୟୋଗ ଢ଼ାଂଚାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର  SITI-Odisha’ର ସ୍ଥାପନ କରିଛନ୍ତି। ୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଓ ୨୦୨୪୭ ସୁଦ୍ଧା ‘ବିକଶିତ ଓଡ଼ିଶା’ର ଲକ୍ଷ୍ୟକୁ ହାସଲ କରିବା ନିମନ୍ତେ  ମୋହନ ସରକାର ଏହି ‘ସିଟି-ଓଡ଼ିଶା’ ଗଠନ କରି ରାଜ୍ୟରେ ପ୍ରଶାସନିକ ରଣନୀତି, ପ୍ରମାଣଭିତ୍ତିକ ନୀତି-ଯୋଜନା ପ୍ରଣୟନ ଓ ଦୂରଦୃଷ୍ଟିସମ୍ପନ୍ନ ଚିନ୍ତାଧାରା ନେଇ ଆଗକୁ ବଢ଼ିବା ସହ ବିକାଶର ଧାରାରେ ଏକ ବଡ଼ଧରଣର ରୂପାନ୍ତର ଆଣିବାକୁ ଲକ୍ଷ୍ୟ ରଖିଛନ୍ତି।ଏଥିରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷ ଭାବେ ଏକ ପରିଚାଳନା ପରିଷଦ ରହିବ ।

ଦୀର୍ଘ ବର୍ଷ ଧରି ରାଜ୍ୟର ଯୋଜନା ପ୍ରସ୍ତୁତ କରୁଥିବା ବୋର୍ଡ ଏବେ ଆଧୁନିକ ଓ ପରିବର୍ତ୍ତିତ ରୂପରେ ଆସିଛି। ଏହାର ଲକ୍ଷ୍ୟ ହେଉଛି ‘ନୀତି ଓ ବିକାଶ’। ଏହା ସହିତ ଜଣେ ଉପାଧ୍ୟକ୍ଷ, ଚାରି ପୂର୍ଣ୍ଣକାଳୀନ ସଦସ୍ୟ, ନଅ ଜଣ ପଦାଧିକାରୀ ଏବଂ ଦୁଇଜଣ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ରହିବେ। ସାଂଗଠନିକ ଢାଞ୍ଚା ଅନୁଯାୟୀ କ୍ୟାବିନେଟ ମନ୍ତ୍ରୀ ପଦର ଉପାଧ୍ୟକ୍ଷଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରିବାକୁ ପଡିବ।

You might also like