ଗୁରୁବାର ମହାପ୍ରଭୁଙ୍କ ବନକଲାଗି ନୀତି ।  ପାଞ୍ଚ ଘଣ୍ଟା ବନ୍ଦ ରହିବ ଦର୍ଶନ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଗୁରୁବାର ମହାପ୍ରଭୁଙ୍କ ବନକଲାଗି ନୀତି । ପାଞ୍ଚ ଘଣ୍ଟା ବନ୍ଦ ରହିବ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଗୁରୁବାର ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ସମୟରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ବଡ଼ଦେଉଳରେ ବଡ଼ଠାକୁରଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହା ଚାଲିବ, ସେହି ସମୟ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

You might also like