ଚାଷୀଙ୍କ ପାଇଁ ଏକ ଖୁସି ଖବର । ଏହିଦିନ ମିଳିବ ପିଏମ-କିଷାନ ଟଙ୍କା

ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୦ତମ କିସ୍ତି ପ୍ରଦାନ କରିବାର ତାରିଖ ଘୋଷଣା କରିଛି ।   କୃଷି ମନ୍ତ୍ରଣାଳୟ କହିଛି ଯେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ) ଯୋଜନା ଅଧୀନରେ, ୨୦ତମ କିସ୍ତିର ଟଙ୍କା ଆସନ୍ତା ମାସ ୨ ତାରିଖରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଦିଆଯିବ। କେନ୍ଦ୍ର ସରକାର ଫେବୃଆରୀ ୨୦୧୯ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶେଷ ଥର ପାଇଁ ଫେବୃଆରୀ ୨୪, ୨୦୨୫ ରେ ତାଙ୍କ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୧୯ତମ କିସ୍ତି ଜାରି କରିଥିଲେ। 

ଏହି ଯୋଜନା ଅଧିନରେ ଭାରତ ସରକାର ସାରା ଦେଶର ଯୋଗ୍ୟ ଚାଷୀମାନଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରନ୍ତି। ଏହି ୬୦୦୦ ଟଙ୍କା ପ୍ରତି ୪ ମାସରେ ୨ ହଜାର ଟଙ୍କାର ୩ ଟି କିସ୍ତି ଆକାରରେ ଚାଷୀମାନଙ୍କୁ ଦିଆଯାଏ।

You might also like