ଚିଲିକାରେ ଭସାପୋଲ ଅଘଟଣ : ଚିଲିକାରେ ଦିନ ୧୧ଟା ଯାଏଁ ଡଙ୍ଗା ଚଳାଚଳ ବନ୍ଦ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଚିଲିକାରେ ଦିନ ୧୧ଟା ଯାଏ ଡଙ୍ଗା ଚଳାଚଳ ବନ୍ଦ । ପ୍ରବଳ କୁହୁଡ଼ି ଯୋଗୁ କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି ।ଗତକାଲି ଘନ କୁହୁଡ଼ି ଯୋଗୁଁ ଚିଲିକାରେ ଫସିଥିଲା ଭସାପୋଲ ।ଜଳ ଯାତ୍ରା ପାଇଁ ସରକାର ସେଫଟି ଜ୍ୟାକେଟ ବାଧ୍ୟତାମୂଳକ କରିଥିବାବେଳେ ଭସାପୋଲରେ ଥିବା ଯାତ୍ରୀ ପିନ୍ଧିନଥିଲେ । ମୃତ ବ୍ୟକ୍ତିଙ୍କ ନାମ ଉମା ଶଙ୍କର ସାବତ(୬୦) ବୋଲି ଜଣାଯାଇଛି। ତାଙ୍କ ଘର ମାଲକାନଗିରି ବାଲିମେଳା ବୋଲି ଏକ ସୂଚନା ମିଳିଛି। ଏହି ଘଟଣା ପରେ ଆଜି ପୁରୀ ଜିଲାପାଳଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

You might also like