ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ି ଫିଟନେସ୍ ପ୍ରଦାନ ପ୍ରକ୍ରିୟାରେ ସ୍ୱଚ୍ଛତା ଅବଲମ୍ବନ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ

ରାଜ୍ୟ କାହାଣୀ (ଭୁବନେଶ୍ଵର)ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର ।ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ନିଜ ନିଜ ଜିଲ୍ଲା ଅନୁଯାୟୀ ଆବଶ୍ୟକୀୟ ସମସ୍ତ ପଦକ୍ଷେପ ବ୍ୟାପକ ଭାବରେ ଗ୍ରହଣ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ପରିବହନ କମିସନର ଅମିତାଭ ଠାକୁର କହିଥିଲେ, ପ୍ରତିଦିନ ଯେଉଁଭଳି ସଡ଼କ ଦୁର୍ଘଟଣା ଘଟୁଛି, ଏହା ଏକ ଚିନ୍ତାଜନକ ସ୍ଥିତି ସୃଷ୍ଟି କରୁଛି । ଏହାକୁ ହ୍ରାସ କରିବା ଦିଗରେ କଠୋର ପଦକ୍ଷେପ ଗ୍ରହଣ କରିବାକୁ ସରକାରଙ୍କ ନିର୍ଦ୍ଦେଶ ରହିଛି । ତେଣୁ ସମସ୍ତ ଆରଟିଓଙ୍କୁ ଗ୍ରାଉଣ୍ଡ ଜିରୋରରେ ଏ ଦିଗରେ ବ୍ୟାପକ କାର୍ଯ୍ୟ କରିବାକୁ ହେବ । ଅନେକ ଗାଡ଼ି ଚାଳକ ସଡ଼କ ସୁରକ୍ଷା ନିୟମ ମାନୁନାହାନ୍ତି । ମନଇଚ୍ଛା ଗାଡ଼ି ଚଲାଉଛନ୍ତି । ଆଉ ନିଜ ସହ ଅନ୍ୟମାନଙ୍କ ଜୀବନ ମଧ୍ୟ ନେଇଯାଉଛନ୍ତି । ଏହାକୁ ରୋକିବାକୁ ହେଲେ ଯୋଜନା ଭିତ୍ତିରେ ଏନଫୋର୍ସମେଣ୍ଟ କରିବାକୁ ହେବ ବୋଲି ଶ୍ରୀ ଠାକୁର କହିଛନ୍ତି । ବିଶେଷକରି, ମଦ୍ୟପାନ କରି ଗାଡ଼ି ଚଲାଇବା, ମାଲବାହୀ ଗାଡ଼ିରେ ଯାତ୍ରୀ ନେବା, ରାଜପଥରେ ଅବୈଧ ପାର୍କିଂ କରିବା, ମନଇଚ୍ଛା ଗାଡ଼ିର ଆକାରରେ ପରିବର୍ତ୍ତନ କରି ଭାରସାମ୍ୟ ହରାଇବା, ଗାଡ଼ି ଚଲାଇବା ବେଳେ ମୋବାଇଲ ବ୍ୟବହାର କରିବା ଭଳି ନିୟମ ଉଲ୍ଲଙ୍ଘନକୁ ରୋକିବାକୁ ହେବ। ଏହା ବ୍ୟତୀତ ପ୍ରତି ଜିଲ୍ଲାସ୍ତରରେ ସଡ଼କ ସୁରକ୍ଷା ପାଇଁ ଯେଉଁ ଯେଉଁ ଆହ୍ୱାନ ରହିଛି, ପ୍ରତି ବିଭାଗର ସମନ୍ୱୟ ତଥା ଜିଲ୍ଲା ପ୍ରଶାସନର ସହଯୋଗରେ ଏହାର ସମାଧାନ କରିବାକୁ ହେବ ।

You might also like