ଦୀର୍ଘ ଦିନର ବିବାଦରେ ପଡିଲା ପୂର୍ଣ୍ଣଚ୍ଛେଦ, ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟିବା ନେଇ ମଙ୍ଗଳବାର ବଡ଼ ଘୋଷଣା କରିଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ‘ଧାମ’ ଶବ୍ଦ ହଟାଯାଇ ଲାଗିଲା ଜଗନ୍ନାଥ ମନ୍ଦିର ସୂଚନା ଫଳକ । ସ୍ଥାନୀୟ ବିଧାୟକ ଚନ୍ଦ୍ର ଶେଖର ମଣ୍ତଳ ଏବଂ ମନ୍ଦିର ଟ୍ରଷ୍ଟ ବୋର୍ଡର ମୁଖ୍ୟ ରାଧାମୋହନ ଦାସଙ୍କ ଉପସ୍ଥିତିରେ ଏହି ‘ଧାମ’ ଶବ୍ଦ ହଟାଯାଇଛି । ଏ ନେଇ ପୂର୍ବରୁ ବହୁ ଦାବି ହୋଇଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଚିଠି ଲେଖିଥିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାର ବଦଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ‘ଧାମ’ ଶବ୍ଦ ହଟାଇବା ପାଇଁ ଅନୁରୋଧ କରିଥିଲେ । ଏହି ‘ଧାମ’ ଶବ୍ଦ ହଟାଇବା ପରେ କେବଳ ଓଡ଼ିଶା ନୁହେଁ ସମଗ୍ର ବିଶ୍ବରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

You might also like