ଦେବାଶିଷ ସାମନ୍ତରାୟଙ୍କ ରାଜ୍ୟସଭା ପ୍ରାର୍ଥୀପତ୍ର କାଏମ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ଉପନିର୍ବାଚନକୁ ନେଇ ରାଜନୀତିକ ମାହୋଲ ଗରମ ହୋଇଥିବାବେଳେ ବିଜେପି ନେତା ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥୀପତ୍ର କାଏମ୍ ହୋଇଛି ।ସୂଚନାଥାଉକି, ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଭରିଥିଲେ।ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ସକାଶେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ରାଜ୍ୟସଭା ଉପନିର୍ବାଚନ ଜୁନ୍ ୮ ଥିଲା ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ। ଜୁନ୍ ୯ରେ ପ୍ରାର୍ଥିପତ୍ର ଯାଞ୍ଚ । ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ହେଉଛି ଜୁନ୍ ୧୧। ଜୁନ୍ ୧୮ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ସେହିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ। ସନ୍ଧ୍ୟା ୫ଟାରୁ ଭୋଟ୍ ଗଣତି ହେବ ଓ ଫଳାଫଳ ଘୋଷଣା କରାଯିବ।