ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୁଭେଚ୍ଛା

ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ସମଲେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ ଶୁଭଲଗ୍ନ ଅନୁସାରେ ମା’ଙ୍କୁ ନବାନ୍ନ ଅର୍ପଣ କରାଯାଇଛି। ତେବେ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।

You might also like