ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବନି ପୁନର୍ଗଠନ

ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୭ ଫେବ୍ରୁଆରୀ ପୂର୍ବରୁ ପଞ୍ଚାୟତ ନିର୍ବାଚନ କରିବା ନେଇ କୌଣସି ନିଷ୍ପତି ହୋଇନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି ।୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଞ୍ଚାୟତ କି ବ୍ଲକ ପୁନର୍ଗଠନ । ନୂତନ ସୀମା ନିର୍ଦ୍ଧାରଣ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସାମ୍ବିଧାନିକ କଟକଣା ଏବଂ ସଦ୍ୟତମ ଜନସଂଖ୍ୟା ତଥ୍ୟର ଅଭାବ କାରଣରୁ ନିଷ୍ପତ୍ତି ନିଆଯାଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ।ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ।

You might also like