ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ଗୁରୁତର ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ସ୍ନାୟୁ ଜନିତ ରୋଗରେ ପୀଡିତ ଅଛନ୍ତି ଡ଼ ରାସେଶ୍ୱରୀ l ତାଙ୍କ ବାସଭବନରେ ଡାକ୍ତର କାଞ୍ଚନ ରାୟ ଓ ଅନ୍ୟ ବିଶେଷଜ୍ଞ ଡାକ୍ତରଙ୍କ ତତ୍ତ୍ୱାବଧାନରେ ରହିଛନ୍ତି । ସୂଚନା ଅନୁସାରେ, ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ବୟସ ୭୯ । ଶାନ୍ତିନଗର ସ୍ଥିତ ତାଙ୍କ ନିଜ ଘରେ ବିଶେଷଜ୍ଞ ଡାକ୍ତରଙ୍କ ଦ୍ବାରା ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଛି । ପ୍ରାୟ ଏକବର୍ଷ ହେଲା ସେ ସ୍ନାୟୁଜନିତ ସମସ୍ୟାରେ ପୀଡିତ ରହିଥିବା ବେଳେ ବିଶେଷ ଚଲାବୁଲା କରିପାରୁନଥିଲେ । ଘରେ ରହି ସେ ଚିକିତ୍ସିତ ହେଉଥିଲେ।ରାସେଶ୍ୱରୀ ପାଣିଗ୍ରାହୀ ଗତ ୨୦୧୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।ନିକଟରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ରାଜନୀତିରୁ କିଛିଟା ଦୂରରେ ରହି ସାମାଜିକ କାର୍ଯ୍ୟରେ ନିୟୋଜିତ ଥିଲେ । ତାଙ୍କ ଅସୁସ୍ଥତା ଖବର ପ୍ରସାରିତ ହେବା ପରେ ସମ୍ବଲପୁର ତଥା ଆଖପାଖ ଅଞ୍ଚଳର ଶୁଭେଚ୍ଛୁ ଏବଂ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।