ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ !ଆଶୁଆରୋଗ୍ୟ କାମନା କଲେ ନବୀନ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥ । ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।ତାଙ୍କର ଅସୁସ୍ଥତା ଖବର ଆସିବା ପରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସେ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ ଜାଣିବାକୁ ପାଇଲି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି।