ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ନବୀନ

ରାଜ୍ୟ କାହାଣୀ (ଭୁବନେଶ୍ୱର )ପରଲୋକରେ ପୂର୍ବତନ ମନ୍ତ୍ରୀ ରୋଜେନ୍ଦ୍ର ଢୋଲକିଆ । ୬୯ ବର୍ଷ ବୟସରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଛି । ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ସେ ଆଜି ଆଖି ବୁଝିଛନ୍ତି ।ବିଜେଡି ବିଧାୟକଙ୍କ ଦେହାନ୍ତ ଖବର ଶୁଣି ଶୋକ ବ୍ୟକ୍ତ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ । ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡ଼ାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ଦଳର ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ହକ୍ ପାଇଁ ସ୍ୱର ଉଠାଇବାରେ ସେ ସବୁବେଳେ ଆଗରେ ଥିଲେ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନସେବାରେ ତାଙ୍କର କାର୍ଯ୍ୟ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

You might also like