ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର: ଚଳିତ ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର (ରାଜ୍ୟ କାହାଣୀ )ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି, ଯାହାକି ଖୁବ୍‌ଶୀଘ୍ର ଏକ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଚଳିତ ସପ୍ତାହନ୍ତରେ ସମଗ୍ର ଓଡ଼ିଶାରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏକ ଘୂର୍ଣ୍ଣିବଳୟ ୨୫ ତାରିଖବେଳକୁ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ଓଡ଼ିଶାରେ ୨୮ ଯାଏଁ ବର୍ଷା ଲାଗି ରହିବ। ୨୫ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼, ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ମୁହାଁଇବ । ୨୪ରୁ ୩୦ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ବର୍ଷା ହେବ। ଦକ୍ଷିଣ ଉପକୂଳରେ ବର୍ଷା ପରିମାଣ ଅଧିକ ରହିପାରେ। ୩୧ ଜୁଲାଇରୁ ଅଗଷ୍ଟ ୬ ତାରିଖ ଭିତରେ ରାଜ୍ୟରେ ସ୍ବାଭାବିକ ବର୍ଷା ହେବ। କିନ୍ତୁ, ଉତ୍ତର ଉପକୂଳରେ ବର୍ଷା କମ୍ ରହିବା ସମ୍ଭାବନା ଅଛି।ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ଏକାଧିକ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି: ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ ଓ ଗଜପତି ଭଳି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଲଗାଣ ବର୍ଷା ହୋଇପାରେ। ଏଥିପାଇଁ ବିଭାଗ ପକ୍ଷରୁ ‘ୟେଲୋ’ ଆଲର୍ଟ ଜାରି କରାଯାଇଛି।

You might also like