ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ; ୧୨ ଗେଟ ଦେଇ ବନ୍ୟାଜଳ ନିଷ୍କାସନ ଜାରି

ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇଛି । ଫଳରେ ଆଜି ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୮ ଓ ଦକ୍ଷିଣ ପାର୍ଶର ୪ଟି ମିଶି ମୋଟ ୧୨ଟି ଗେଟ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।ଗୁରୁବାର ସାଢ଼େ ୧୨ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ,ଜଳଭଣ୍ଡାରର ଜଳସ୍ତର ୬୨୩.୯୭ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୮୧ ହଜାର ୮୮୨ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି। ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୨ ଲକ୍ଷ ୨୪ ହଜାର ୬୮୧ ଘନଫୁଟ ଜଳ ନିଷ୍କାସିତ ହେଉଛି।ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୨ ଲକ୍ଷ ୨୪ ହଜାର ୬୮୧ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ୧୨ଟି ସ୍ଲୁଇସ ଗେଟ ଜରିଆରେ ୧ ଲକ୍ଷ ୯୧ ହଜାର ୭୩୬ ଘନଫୁଟ ଏବଂ ବିଭିନ୍ନ କେନାଲ, ବ୍ଯଯଯୁତ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ ୩୨,୯୪୫ ଘନଫୁଟ ଜଳ ନିଷ୍କାସିତ ହେଉଛି।

You might also like