ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ-ବ୍ୟାରିକେଡ ଭାଙ୍ଗିଲା ବିଜେଡି

ଭୁବନେଶ୍ୱର (ରାଜ୍ୟ କାହାଣୀ)ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିଛନ୍ତି । ତେବେ ବିଧାନସଭା ଆଡ଼କୁ ଅଗ୍ରସର ବେଳେ ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୁଲିସ।ସୂଚନା ଅନୁସାରେ ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗାଁ ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ଘେରାଉ କରିଛି ଦଳ । ପଞ୍ଚାୟତ ସମିତି ଆଇନକୁ କ୍ଷୁଣ୍ଣ କରାଯାଇଛି ବୋଲି ଅଭିଯୋଗ କରିଛି ବିଜେଡି ।

You might also like