ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ୱର )ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟରଙ୍କ ଘରେ ଭିଜିଲାନ୍ସ ରେଡ୍ । ଅନୁଗୁଳରେ କାର୍ଯ୍ୟରତ PWD ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ସୁରେନ୍ଦ୍ର ବେହେରାଙ୍କ ଘରେ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଏହି ରେଡ୍‌ରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ ଜଣ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି। ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ, ଗଞ୍ଜାମର ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି। ଗଞ୍ଜାମରେ ଥିବା ତାଙ୍କ ପୈତୃକ ଘର, ଗଞ୍ଜାମ ପୁରଷୋତ୍ତମପୁର ବେହେରାସାହିରେ ଥିବା ଶ୍ୱଶୁର ଘର, ଅନୁଗୁଳ ସ୍ଥିତ ସରକାରୀ କ୍ବାର୍ଟର ଏବଂ ଜଳସେଚନ ଡିଭିଜନ୍ କାର୍ଯ୍ୟାଳୟରେ ଚଢ଼ାଉ ଚାଲିଛି। ଏବେବି ଚଢାଉ ଜାରି ରହିଛି ।

You might also like