ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ
ଭୁବନେଶ୍ୱର (ରାଜ୍ୟ କାହାଣୀ)ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ଦରମା କରାଇ ଦେବା ପାଇଁ ଏହି ଲାଞ୍ଚ ନେଉଥିଲେ । ସୂଚନା ମୁତାବକ, ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଏରିୟର ଦରମା କରିବା ପାଇଁ ତାଙ୍କ ତଳ କର୍ମଚାରୀଙ୍କୁ ଲାଞ୍ଚ ମାଗିଥିଲେ । ଯାହାପରେ କର୍ମଚାରୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । କର୍ମଚାରୀ ସୋରଜ ଜେନାଙ୍କ ଠାରୁ ବାଲିପଦର ଛକଠାରେ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା । ଚଢାଉ କରି ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହି ଚଢାଉ ପରେ ତାଙ୍କ ଅଫିସ, ସରକାରୀ ବାସଭବନ ଓ କବିସୂର୍ଯ୍ୟନଗରଠାରେ ଥିବା ଦୁଇଟି ଘରେ ଏକକାଳୀନ ରେଡ୍ କରାଯାଉଛି ।