ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ

ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ । BMC ଅଫିସ୍‌ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି ।ଭିଜିଲାନ୍ସ ଟିମ୍‌ ଜଗନ୍ନାଥ ପଟ୍ଟନାୟକଙ୍କ ଭୁବନେଶ୍ୱର ବଡ଼ଗଡ଼ସ୍ଥିତ ଏକ ତିନି ମହଲା ଘର, ଖୋର୍ଦ୍ଧା ବାଲିଅନ୍ତାସ୍ଥିତ ଏକ ଫାର୍ମ ହାଉସ୍‌, ରାୟଗଡ଼ାର ଗୁଣୁପୁର ସ୍ଥିତ ପୈତୃକ ଘର ଏବଂ ଭୁବନେଶ୍ୱରର ବିଏମସିରେ ଥିବା ତାଙ୍କ ଅଫିସ୍‌ ରୁମ୍‌ରେ ଚଢାଉ କରିଛି । ଭିଜିଲାନ୍ସର ୬ ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କାର୍ଯ୍ୟ ଚାଲିଛି ।

You might also like