ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର ଓ ଯୁବ ବିଜେଡି , ଅନ୍ୟପଟେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରିଛି ଛାତ୍ର କଂଗ୍ରେସ 

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର ଓ ଯୁବ ବିଜେଡି । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ଛାତ୍ର ବିଜେଡି ।ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି ଘେରାଉ କରାଯାଇଛି।ବିଧାୟକ ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଏହି ଘେରାଉରେ ସାମିଲ ଥିବାବେଳେ ଶତାଧିକ ବିଜେଡି କର୍ମୀଙ୍କୁ ପୋଲିସ ଉଠାଇ ନେଇଛି।ଅନ୍ୟପଟେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରିଛି ଛାତ୍ର କଂଗ୍ରେସ । ବାଲେଶ୍ୱର ଘଟଣାରେ ଘେରାଉ କରି ନାରାବାଜି କରୁଛି ଛାତ୍ର କଂଗ୍ରେସ । 

You might also like