ମହାନଦୀ ପ୍ରସଙ୍ଗ: ବିଜେପି ସରକାରଙ୍କୁ ନବୀନଙ୍କ ଟାର୍ଗେଟ
ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ବିଜେପି ସରକାରଙ୍କ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ।ନବୀନ କହିଛନ୍ତି ଯେ ମହାନଦୀକୁ ବଞ୍ଚାଇବା ପାଇଁ ବିଜେପି ସରକାରଙ୍କ ଇଏ କ’ଣ ଆନ୍ତରିକତା? ଟ୍ରିବ୍ୟୁନାଲରେ ମହାନଦୀ ବିବାଦ ନେଇ ଆଜି ହୋଇଥିବା ଶୁଣାଣିକୁ ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା ଆଡଭୋକେଟ୍ ଜେନେରାଲ୍ ଆସିଲେ ନାହିଁ। ମହାନଦୀର ସୁରକ୍ଷାଠାରୁ ଏମିତି କ’ଣ ଗୁରୁତ୍ୱପୂର୍ଣ୍ଣ କାମ ରହିଲା, ଯେଉଁଥିପାଇଁ ଟ୍ରିବ୍ୟୁନାଲର ଶୁଣାଣିରେ ଓଡ଼ିଶାର ପକ୍ଷ ରଖିବାକୁ ସେ ଉପସ୍ଥିତ ରହିଲେ ନାହିଁ?ଟ୍ରିବ୍ୟୁନାଲର ଶୁଣାଣିକୁ ନେଇ ଅନେକ ଆଶା ବାନ୍ଧି ବସିଥିବା ଓଡ଼ିଶାବାସୀଙ୍କୁ ମିଳିଲା କ’ଣ? ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି, ମହାନଦୀକୁ ବଞ୍ଚାଇବା ପାଇଁ ଓଡ଼ିଶା ବିଜେପି ସରକାରଙ୍କ କୌଣସି ଆନ୍ତରିକତା ତଥା ପ୍ରତିବଦ୍ଧତା ନାହିଁ। ଏହାକୁ ସରକାର ଆଦୌ ଗମ୍ଭୀରତାର ସହ ନେଉ ନାହାନ୍ତି। ଖାଲି କୁମ୍ଭୀରକାନ୍ଦଣା କାନ୍ଦୁଛନ୍ତି। ମହାନଦୀ ଆମ ମା’, ଓଡ଼ିଶାର ଜୀବନରେଖା। ଲକ୍ଷ ଲକ୍ଷ ଚାଷୀ, ମତ୍ସ୍ୟଜୀବୀ ତଥା ଅଗଣିତ ଓଡ଼ିଆଙ୍କ ଜୀବନର ସ୍ରୋତ। ଏହାର ସୁରକ୍ଷାରେ ସାଲିସକୁ ଓଡ଼ିଶାବାସୀ କଦାପି ଗ୍ରହଣ କରିବେ ନାହିଁ।