ମାଷ୍ଟରକ୍ୟାଣ୍ଟିନରେ ହିଂସାରେ ଯେଉଁ କ୍ଷତି ହୋଇଛି ଭରଣା କରିବେ ଅଟୋ ଚାଳକ : ମନ୍ତ୍ରୀ
ଭୁବନେଶ୍ଵର ( ରାଜ୍ୟ କାହାଣୀ) ମାଷ୍ଟରକ୍ୟାଣ୍ଟିନରେ ହିଂସା ପରେ ସହରରେ ଯେଉଁ କ୍ଷତି ହୋଇଛି ତାକୁ ଭରଣା କରିବେ ଅଟୋ ଚାଳକ । ଗୁଣ୍ଡାଗିରିରେ ସାମିଲ ଥିବା ଅଟୋ ଚାଳକମାନେ କରିଥିବା ବେଆଇନ ଅଟୋ ଷ୍ଟାଣ୍ଡ ଭଙ୍ଗାଯିବ । ଅରାଜକତାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ସେହିପରି ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଗିରଫ ଵୋଇଥିବା ବେଳେ ୩୫୪ ଗାଡ଼ି ଜବତ ହୋଇଛି । ୧୧୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଏହାସହ ଆଉ ୬୦ ଜଣଙ୍କୁ ଭଲ ବ୍ୟବହାର ପାଇଁ ବଣ୍ଡରେ ଛାଡ଼ି ଦିଆଯାଇଛି । ଘଟଣାରେ ୩୫୪ଟି ଗାଡ଼ି ଜବତ କରିଛି ପୋଲିସ । ଏନେଇ ଖାରବେଳନଗର ଥାନାରେ ୭ଟି ଏଫଆଇଆର୍ ରୁଜୁ ହୋଇଛି । ସାଧାରଣ ଲୋକଙ୍କ ଅଭିଯୋଗ ଆଧାରରେ ୨ଟି, ଆମ ବସ୍ କର୍ମଚାରୀଙ୍କ ଅଭିଯୋଗରେ ୪ଟି ଏବଂ ପୋଲିସ କର୍ମଚାରୀଙ୍କ ଅଭିଯୋଗରେ ଗୋଟିଏ ଏଫଆଇଆର୍ ରୁଜୁ ହୋଇଛି । ମାଷ୍ଟରକ୍ୟାଣ୍ଟିନରେ ଆନ୍ଦୋଳନ ବେଳେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବା ଓ ପୋଲିସ ଉପରେ ଆକ୍ରମଣ ଘଟଣା ପରେ ଆକ୍ସନ୍ ମୋଡ୍ ରେ କମିଶନରେଟ୍ ପୋଲିସ ।