ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
ଆସନ୍ତା ସୋମବାର ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ଖରା ଯୋଗୁଁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ଯମ ଜରିଆରେ ଜଣାଇ ଦିଆଯିବ ବୋଲି କୁହାଯାଇଛି ।