ରଥଖଳାରେ ରଥ ନିର୍ମାଣ ବନ୍ଦ । ତିନି ରଥ କାମ ବନ୍ଦ କଲେ ବିଶ୍ୱକର୍ମା ମହାରଣା
ପୁରୀରେ ଶ୍ରୀଜିଉଙ୍କ ରଥ ନିର୍ମାଣ କାର୍ଯ୍ୟ ବନ୍ଦ । ରଥ ନିର୍ମାଣ ବନ୍ଦ କଲେ ବିଶ୍ବକର୍ମା ମହାରଣା ସେବାୟତ । ସ୍ଵତ୍ଵଲିପି ଆଧାରରେ ମହାରଣାଙ୍କ ଖେଇକୁ ନେଇ ହୋଇଛି ବିବାଦ ।ପ୍ରତ୍ୟେକ ଦିନ ସକାଳ ୮ଟାରୁ ୯ଟା ମଧ୍ୟରେ ଉପସ୍ଥାନ ଦେଇ ନିର୍ମାଣ କାର୍ଯ୍ୟ ଆରମ୍ଭ କରନ୍ତି ମହାରଣା ଓ ଅନ୍ୟ ସେବକ। ବୁଧବାର ୫୮ତମ ଦିନରେ କାର୍ଯ୍ୟ ଏଯାବତ ଆରମ୍ଭ ହୋଇନାହିଁ। ଜିଦରେ ଅଟଳ ରହିଛନ୍ତି ତିନି ରଥର ମୁଖ୍ୟ ମହାରଣା। ସମାଧାନ ନହେବା ଯାଏଁ କାମ ଆରମ୍ଭ ନକରିବାକୁ ଚେତାବନୀ ଦେଇଛନ୍ତି ।ମହାରଣାଙ୍କ କହିବା ମୁତାବକ ସ୍ଵତ୍ଵଲିପି ଅନୁଯାୟୀ ସେମାନେ ୪ ଫୁଟରୁ କମ୍ ବଳକା କାଠ ସେମାନେ ଖେଈ ବା ପ୍ରାପ୍ୟ ହିସାବରେ ନେଇଥାନ୍ତି । କିନ୍ତୁ ଚିରଟ କାଠରେ ,ଯେ କୌଣସି ମାପ ବଳକା କାଠକୁ ନେଇଥାନ୍ତି ମହାରଣା । ତେବେ ଏହା ନନେବାକୁ ବାରଣ କରି ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିବା ପରେ ଦେଖାଦେଇଛି ବିବାଦ ।