ରଥଯାତ୍ରାରେ ଅଘଟଣ, ପୁରୀରେ ଅଣନିଃଶ୍ୱାସୀ ହୋଇ ଶ୍ରଦ୍ଧାଳୁଙ୍କ ମୃତ୍ୟୁ !
ଭୁବନେଶ୍ଵର (ରାଜ୍ୟ କାହାଣୀ) ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଯାଇଛି । ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଥିବା ବେଳେ ଏକ ଅଘଟଣ ଘଟି ଦୁଇ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବାବେଳେ ୧୫୦ ରୁ ଅଧିକ ଗୁରୁତର ହୋଇଛନ୍ତି ।ସୂଚନା ଅନୁସାରେ ପୁରୀ ମରିଚକୋଟ ଛକ ନିକଟରେ ଜଣେ ଶ୍ରଦ୍ଧାଳୁ ଅଣନିଃଶ୍ୱାସୀ ହୋଇ ତଳେ ପଡ଼ିଗଲେ । ତୁରନ୍ତ ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ମୃତକ ଜଣକ ହେଲେ କଟକର ଅନିଲ ଦାସ । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୬ ବର୍ଷ ହୋଇଥିଲା ।