ରାଜଧାନୀରେ ବାପାକୁ ପଥରରେ ଛେଚି ହତ୍ୟା କଲା ପୁଅ
ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜଧାନୀରେ ବାପାକୁ ପଥରରେ ଛେଚି ହତ୍ୟା କଲା ପୁଅ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ମଞ୍ଚନାଥ ବିହାରରୁ ଆସିଛି ଏହି ଅଭିଯୋଗ । ପାରିବାରିକ କଳହ ଯୋଗୁ ହତ୍ୟା କାଣ୍ଡ ହୋଇଥିବା ସନ୍ଦେହ। ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରୁ ବାପାଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି। ଏହା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଥିବା ସୂଚନା ମିଳିଛି। ପିତୃହତ୍ୟାକାରୀ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ତେବେ କାହିଁକି ଏଭଳି ନୃଶଂସ ହତ୍ୟାକାଣ୍ଡ ଭିଆଇଲା ତାହାକୁ ନେଇ ଛାନ୍ଭିନ୍ ଚାଲିଛି।ମୃତକ ହେଉଛନ୍ତି କଣ୍ଟ୍ରାକ୍ଟର କେ ବିଶ୍ବନାଥ ।