ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଗ୍ରାମ ପଞ୍ଚାୟତର ମୁଖ୍ୟାଳୟରେ ନିର୍ମାଣ କରାଯିବ ସ୍କୁଲ । ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ ପାଇଁ ଏକ ଫିଡର ସ୍କୁଲ ଭାବରେ କାର୍ଯ୍ୟ କରିବ । ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖା ଯାଇଛି । ଦୁର୍ଗମ ଅଂଚଳର ପିଲାଙ୍କ ଯିବା ଆସିବା ପାଇଁ ମାଗଣା ପରିବହନ ସୁବିଧା କରାଯିବ।ଯେଉଁ ସ୍କୁଲରେ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଥିବେ , ୨ ଏକରରୁ ଅଧିକ ଜମି ଉପଲବ୍ଧ ହେଉଥିବ, ଏବଂ ଶିଶୁ ବାଟିକା ଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା ହେଉଥିବ , ସେହି ସ୍କୁଲ ଗୁଡିକୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବେ ନିର୍ମାଣ କରାଯିବ ।

You might also like