ରାଜ୍ୟରେ ପୁଣି ବଢ଼ିବ ବର୍ଷା; ୨୫ରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଶୁକ୍ରବାରଠାରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ। ପାଣିପାଗ ବିଭାଗର ଆକଳନ ଅନୁସାରେ, ୨୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଭାରି ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ସହ ବର୍ଷା ହୋଇପାରେ। ୨୨ ତାରିଖରେ ବାଲେଶ୍ଵର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ଅଛି। ୨୩ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ୨୪, ୨୫ ଓ ୨୬ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ।ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ , ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ସତର୍କ କରାଯାଇଛି।

You might also like